ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ଅପରାହ୍ନ ୫ରୁ ରାତି ୯ ଯାଏଁ ସାଧାରଣ ଦର୍ଶନ ବନ୍ଦ
ପୁରୀ: ଆଜି ଫାଲ୍ଗୁନ କୃଷ୍ଣ ସପ୍ତମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।
ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ,କସ୍ତୁରୀ ଓ କଳା ଓ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଏ । ଜୟ-ବିଜୟ ଦ୍ବାର ଓ ବେହରଣ ଦ୍ବାର ବନ୍ଦ ପରେ ରତ୍ନସିଂହାସନରେ ବିଜେ ଶ୍ରୀଜିଉଙ୍କୁ ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ। ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଏହା ପରେ ସମୟ ଥିଲେ ଦର୍ଶନ ହେବ, ନଚେତ୍ ପରଦିନ ସକାଳୁ ଦର୍ଶନ ଆରମ୍ଭ ହେବ ବୋଲି ମନ୍ଦିର ପ୍ରଶାସନ କହିଛି। ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।
