ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ପୁରୀ : ଆଜି ମାଘ-କୃଷ୍ଣ ଚତୁର୍ଥୀ ତିଥି । ଏହି ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ । ଏହି ନୀତିରେ ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ ।
ସୂଚନା ଓ ସ୍ଥିରୀକୃତ ହୋଇଥିବା ନୀତି ଅନୁଯାୟୀ ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇ ଏହି ନୀତି ସଶ୍ଛଙ୍କଦନ କରାଯାଇଥାଏ । ଦତ ମହାପାତ୍ର ସେବାୟତମାନଙ୍କ ଦ୍ୱାରା ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
