ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ଅପରାହ୍ନ ୪ରୁ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ : ଆଜି ମାର୍ଗଶୀର ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ବୁଧବାର ବନକଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। କେବଳ ସେବାୟତଙ୍କ ଦ୍ୱାରା ସ୍ୱତନ୍ତ୍ର ନୀତିରେ ଏହା କରାଯାଇଥାଏ।
ଦ୍ୱିତୀୟ ଭୋଗମଣ୍ଡପ ସଂପନ୍ନ ପରେ ଦତ ମହାପାତ୍ର ସେବାୟତଙ୍କ ଦ୍ୱାରା ନୀତି ସମ୍ପାଦିତ ହେବ । ଦତମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ସିଂଗାର କରାଯିବ । ହିଂଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ ।
