ଆଜିର ପେଟ୍ରୋଲ ଓ ଡିଜେଲ ଦର ଜାରି : ଜାଣନ୍ତୁ ଆପଙ୍କ ସହରରେ କେତେ ଅଛି ଆଜିର ଦର
ନୂଆଦିଲ୍ଲୀ : ଆଜିର ପେଟ୍ରୋଲ ଓ ଡିଜେଲ ଦର ଜାରି । ଦେଶରେ ସ୍ଥିର ରହିଥିବା ବେଳେ ରାଜଧାନୀ ଭୁବନେଶ୍ବରରେ ବଢିଲା। ନଜର ପକାନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦାମ୍।
ଦେଶର ପ୍ରମୁଖ ସହର ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।
ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି।
