ଆଜିର ପେଟ୍ରୋଲ-ଡିଜେଲ ଦର ଜାରି, ତେଲ ପକାଇବା ପୂର୍ବରୁ ଚେକ କରନ୍ତୁ ଦର
ନୂଆଦିଲ୍ଲୀ : ଗତ କିଛି ମାସ ହେବ ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ଅସ୍ଥିରତା ଦେଖାଦେଇଛି । ଏକଦା ଅଶୋଧିତ ତୈଳ ୭ ମାସର ତଳ ସ୍ତରକୁ ଖସି ଆସିଥିଲା । କିନ୍ତୁ ଏହା ପରେ ଓପେକ୍ ଦେଶରୁ ଉତ୍ପାଦନ ହ୍ରାସ କରିବାର ନିଷ୍ପତ୍ତି ପରେ ଅଶୋଧିତ ମୂଲ୍ୟ ପୁଣି ବୃଦ୍ଧି ପାଇଛି । ସେପଟେ ଭାରତର ଘରୋଇ ବଜାରରେ ପେଟ୍ରୋଲ-ଡିଜେଲ ମୂଲ୍ୟ ପୁରୁଣା ସ୍ତରରେ ରହିଛି । ଅର୍ଥାତ ଘରୋଇ ବଜାରରେ ତୈଳ ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଆଜି (ଗୁରୁବାର) ଅର୍ଥାତ ଅକ୍ଟୋବର ୨୦ରେ ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ପ୍ରାୟ ୯୨.୨୬ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୮୫.୮୯ ଡଲାରକୁ ପହଞ୍ଚିଛି ।
ଅନ୍ୟପଟେ ଆଜି ମଧ୍ୟ ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ । ଦୀର୍ଘ ୫ ମାସରୁ ଅଧିକ ସମୟ ହେବ ଦେଶରେ ପେଟ୍ରୋଲ-ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଇଣ୍ଡିଆନ ଅଏଲ କୋର୍ପୋରେଶନ (ଆଇଓସି) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । କିନ୍ତୁ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି ଘଟିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୪୭ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।
ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୬ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୫.୦୩ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୭୬ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍ :
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଆରଏସପି ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ ଆଇଓସିଏଲ ୱେବସାଇଟରୁ ପାଇବେ ।
