ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ ! ଆଉ ୫୧ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ବଢୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୧ ନୂଆ କୋରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରେ ଅଛନ୍ତି ୬ ଜଣ ୧୮ ବର୍ଷରୁ କମ ବୟସ୍କ । ସଙ୍ଗରୋଧରୁ ୩୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୫୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 18th June
— I & PR Department, Odisha (@IPR_Odisha) June 19, 2022
New Positive Cases: 51
Of which 0-18 years: 6
In quarantine: 30
Local contacts: 21
(Details of local contacts will be shared by concerned District)
1. Balasore: 4
2. Boudh: 1
3. Cuttack: 3
4. Ganjam: 1
5. Jagatsinghpur: 2
6. Jharsuguda: 1
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ୬ଜଣ, ବୌଦ୍ଧରୁ ଜଣେ, କଟକରୁ ୩ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୨ଜଣ, ଝାରସୁଗୁଡ଼ାରୁ ଜଣେ, ଖୋର୍ଦ୍ଧାରୁ ୨୬ଜଣ, ନୟାଗଡ଼ରୁ ୨ଜଣ, ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୨ଜଣ ଓ ରାଜ୍ୟ ପୁଲ୍ରୁ ୭ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୪୩୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୪୮୫୬୯ସାମ୍ପୁଲ ଟେଷ୍ଟ୍ ହୋଇଛି ।
