ଆସନ୍ତାକାଲି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର : ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ଶୁକ୍ରବାର କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ନେଇ ସୂଚନା ମିଳିଛି ।
ସୂଚନା ଯେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ । ଏହାସହ ଦଳୀୟ କର୍ମକର୍ତ୍ତାଙ୍କ ସହ ବୈଠକ କରିବା ନେଇ ଜଣାପଡ଼ିଛି।
