କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ ଯାଜପୁର ଜିଲା କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇ ଲୋକଙ୍କ ପ୍ରାଣହାନୀ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
