ବାଣ ବିସ୍ଫୋରଣରେ ମୃତ୍ୟୁ ମାମଲାରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖୋର୍ଧା ଜିଲ୍ଲାରେ ବାଣ ବିସ୍ଫୋରଣରେ ଲୋକ ମାନଙ୍କର ପ୍ରାଣହାନି ହୋଇଥିବା ନେଇ ଦୁଃଖ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ -ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୁଷଣ୍ଡପୁର ଗ୍ରାମରେ ବାଣ ବିସ୍ଫୋରଣ ଘଟି ଲୋକଙ୍କ ପ୍ରାଣହାନି ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । ମହାପ୍ରଭୁଙ୍କ ପାଖରେ ଆହତଙ୍କ ଦ୍ରୁତ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।
