ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶାର ବରପୁତ୍ର ତଥା ଭାରତ ମୁକ୍ତି ସଂଗ୍ରାମର ମହାନାୟକ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି । ତାଙ୍କର ବିରଳ ନେତୃତ୍ୱ ଓ ଦେଶ ମାତୃକାର ସେବା ପାଇଁ ବଳିଦାନ ଚିରଦିନ ଯୁବପିଢ଼ିଙ୍କୁ ଅନୁପ୍ରାଣିତ କରିବ । ତାଙ୍କୁ ମୋର କୋଟି କୋଟି ପ୍ରଣାମ ।
