ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟର ନୂଆ କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ
ଭୁବନେଶ୍ୱର : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍ ପ୍ରଫେସର ସ୍ୱାଇଁଙ୍କୁ କୁଳପତି ଭାବେ ନିଯୁକ୍ତ କରିଛନ୍ତି। ସେ ତିନି ବର୍ଷ ଏହି ପଦବୀରେ ରହିବେ ।ଅଧ୍ୟାପନାରେ ପ୍ରଫେସର ସ୍ୱାଇଁଙ୍କ ଦୀର୍ଘ ତିନି ଦଶନ୍ଧିରୁ ଅଧିକ ଅଭିଜ୍ଞତା ରହିଛି।
