ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ ହେଲା; ସଚ୍ଚୋଟତାର ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟରେ ଭିଜିଲାନ୍ସ ସଚେତନତା ସପ୍ତାହ ଆଜି ଠାରୁ ଆରମ୍ଭ ହୋଇଛି । । ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସଚ୍ଚୋଟତାର ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ଭିଡିଓ କନଫ୍ରେନ୍ସିଂ ଜରିଆରେ ଏଥିରେ ସାମିଲ ହୋଇଥିଲେ । ଚଳିତ ଥରର ଥିମ୍ ରହିଛି ଏକ ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ ।
ଏଥିରେ ୭୦ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ, ଛାତ୍ରଛାତ୍ରୀ ଓ ରାଜ୍ୟ ସରକାରଙ୍କ କ୍ଷେତ୍ରାଧିକାରୀମାନେ ଯୋଡ଼ି ହୋଇଥିଲେ । ରାଜ୍ୟ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ପକ୍ଷରୁ ଭିଡିଓ କନଫରେନ୍ସିଂ ଜରିଆରେ ସବୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ବ୍ଲକ ଅଫିସକୁ ଯୋଡ଼ା ଯାଇଛି । ସଚୋଟ୍ଟତା ନେଇ ସରକାରୀ ଅଧିକାରୀମାନେ ଶପଥ ନେଇଥିଲେ । ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ଜିଲ୍ଲା ଓ ବ୍ଲକ ସ୍ତରରେ ସଭା ସାଙ୍ଗକୁ ବକୃତା, ସାଧାରଣ ଜ୍ଞାନ ଆଦି ପ୍ରତିଯୋଗିତା କରାଯାଉଛି ।
