ମହମ୍ମଦ ମୋକିମଙ୍କୁ ଭିଜିଲାନ୍ସ କୋର୍ଟର ଦଣ୍ଡାଦେଶ ପ୍ରସଙ୍ଗ : ହାଇକୋର୍ଟରେ ଶୁଣାଣି ଶେଷ, ରାୟ ସଂରକ୍ଷିତ
ଭୁବନେଶ୍ୱର : କଟକ ବିଧାୟକ ମହମ୍ମଦ ମୋକିମଙ୍କ ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ପ୍ରସଙ୍ଗରେ ହାଇକୋର୍ଟ ଶୁଣାଣି କରିଛନ୍ତି । ଦୋଷୀ ସାବ୍ୟସ୍ତକୁ ଚ୍ୟାଲେଞ୍ଜ କରି ହୋଇଥିବା ମାମଲାର ଶୁଣାଣି ଶେଷ ହୋଇଛି । ହାଇକୋର୍ଟ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି । ବିଧାୟକ ମୋକିମଙ୍କ ପକ୍ଷରୁ ମାମଲା ପରିଚାଳନା କରୁଛନ୍ତି ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ।
ସୂଚନାଯୋଗ୍ୟ ଯେ ମୋକିମଙ୍କ ମେଟ୍ରୋ ବିଲ୍ଡର୍ସ ପ୍ରାଇଭେଟ୍ ଲିମିଟେଡ ଚଂଚକତା କରି ଓଆରଏଚଡିସିରୁ ୧୫୦ ଲକ୍ଷର ଋଣ ମଞ୍ଜୁର କରି ନେଇଥିବା ଅଭିଯୋଗ ହୋଇଥିଲା । ଏହି ଅଭିଯୋଗର ତଦନ୍ତ କରି ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମୋକିମଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଓ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଥିଲେ । ଏହି ଜେଲ୍ ଦଣ୍ଡାଦେଶ ଓ ଜରିମାନାକୁ ଚ୍ୟାଲେଞ୍ଜ କରି ମୋକିମ୍ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।
