ଘଣ୍ଟେଶ୍ୱର ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବିବେକାନନ୍ଦ ଜୟନ୍ତୀ
ତିହିଡ଼ି : ଭଦ୍ରକ ଜିଲ୍ଲା ଘଣ୍ଟେଶ୍ୱର ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବିବେକାନନ୍ଦ ଜୟନ୍ତୀ ଅବସରରେ ଯୁବ ରେଡ଼କ୍ରସ ଓ ଜାତୀୟ ସେବାସଂସ୍ଥାର ମିଳିତ ଆନୁକୂଲ୍ୟରେ ଜାତୀୟ ଯୁବଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷ ଅକ୍ଷୟ କୁମାର ଗିରିଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟଅତିଥି ଭାବେ ସମାଜସେବୀ ନରେଶ ଚନ୍ଦ୍ର ରଥ ଯୋଗଦେଇ ବିବେକାନନ୍ଦଙ୍କ ଜୀବନାଦର୍ଶନ ଉପରେ ଆଲୋକପାତ କରିଥିଲେ । ଅଧ୍ୟାପିକା ସଂଯୁକ୍ତା ଭାରତୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ଆଜିର ଯୁବସମାଜ ବିବେକାନନ୍ଦଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ ଦେଇଥିଲେ । ଜାତୀୟ ସେବାସଂସ୍ଥାର କାର୍ଯ୍ୟକ୍ରମ ସଂଯୋଜକ ମୁକ୍ତିକାନ୍ତ ସେଠୀ ଓ ରେଡ଼କ୍ରସ କାଉନସିଲର ରାଜକିଶୋର ଦାସ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ବାଣିଜ୍ୟ ଅଧ୍ୟାପକ ମୃତ୍ୟୁଞ୍ଜୟ ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ-ଅଧ୍ୟାପିକା ସହଯୋଗ କରିଥିବାବେଳେ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।
