ଆସନ୍ତାକାଲି ଘଡ଼ଘଡ଼ି ସହ ବର୍ଷା ନେଇ ୨୦ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଆସନ୍ତାକାଲି ଠାରୁ ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ମାଡ଼ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏସବୁ ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଘରୁ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।
