୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି
ଭୁବନେଶ୍ୱର : ପଶ୍ଚିମା ଝଡ ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଘଂଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ମଧ୍ୟ ବହିପାରେ । ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୮ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ସମ୍ବଲପୁର, ବରଗଡ, ଭଦ୍ରକ, କନ୍ଧମାଳ, କୋରାପୁଟ, ରାୟଗଡା, ଗଜପତି, କଟକ ଓ ନୟାଗଡ ।ସେହିପରି ଆସନ୍ତାକାଲି ବାଲେଶ୍ୱର , କେନ୍ଦୁଝର, ମୟୁରଭଂଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।,
