ନାବାଳିକାକୁ ଅପହରଣ ପରେ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ
ଜୟପୁର : ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ କରିଥିବା ଅଭିଯୋଗରେ ଅଭିଯୁକ୍ତ ଯୁବକକୁ ଗିରଫ କରିଛି ଜୟପୁର ମହିଳା ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲା କୋଟପାଡ ଥାନା ଅନ୍ତର୍ଗତ କୁସୁମି ଗ୍ରାମର ଚିନୁ ବିଷୋୟୀ (୨୪) । ପୋଲିସ ସୂଚନା ଅନୁଯାୟୀ ଜଣେ ନାବାଳିକା କୁ ଅପହରଣ କରି ବିବାହର ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରିଥିବା ନେଇ ଜୟପୁର ମହିଳା ଥାନାରେ ଅଭିଯୋଗ ହୋଇଥିଲା । ପୋଲିସ ଅଭିଯୋଗକୁ ଗୁରୁତର ସହ ନେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ତଦନ୍ତରେ ଜାଣି କାକରିଗୁମ୍ମାରୁ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ମହିଳା ଥାନା ଅଧିକାରୀ ମମତା ପାଣିଗ୍ରାହୀ ସୂଚନା ଦେଇଛନ୍ତି ।
