ସାପ କାମୁଡ଼ାରେ ଯୁବକଙ୍କ ମୃତ୍ୟୁ
ରୂପସା : ବାଲେଶ୍ୱର ଜିଲା ରୂପସା ଥାନା ଅନ୍ତର୍ଗତ ମିରିଗିମୁଣ୍ଡି ଗ୍ରାମର ଜଣେ ଯୁବକ ସାପ କାମୁଡ଼ାରେ ଗୁରୁବାର ମୃତ୍ୟୁବରଣ କରିଛନ୍ତି । ମୃତକ ହେଲେ ଗୟାରାମ ପାଲ (୫୦) ।
ଗତ ବୁଧବାର ରାତିରେ ସେ ଘରେ ଶୋଇଥିବା ବେଳେ ଏକ ବିଷଧର ସର୍ପ ତାଙ୍କୁ ଦଂଶନ କରିଥିଲା । ପରିବାର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ନେଇଥିଲେ । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ମେଡ଼ିକାଲ ସ୍ଥାନାନ୍ତର କରାଯାଇଥିଲା । ହେଲେ କଟକ ମେଡିକାଲ ପହଞ୍ôଚବା ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ । ସେଠାରେ ମୃତଦେହ ବ୍ୟବଚ୍ଛେଦ କରାଯାଇଛି । ସେ ରୂପ୍ସା ସ୍ଥିତ ଏଫ୍ସିଆଇରେ ଚାକିରୀ କରିଥିଲେ । ତାଙ୍କ ମୃତ୍ୟୁରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ପତ୍ନୀ, ଜଣେ ପୁଅ ଓ ଜଣେ ଝିଅ ଅଛନ୍ତି ।
